ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଆଜି ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗତ ୨୪ ଘଣ୍ଟାରେ ଦେଶର ୧ ଲକ୍ଷ ୪୫ ହଜାର ୩୮୪ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୩୨,୦୫,୯୨୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୭୯୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୮,୪୩୬ରେ ପହଞ୍ଚିଛି। ଦିନକରେ ୭୭,୫୬୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧,୧୯,୯୦,୮୫୯ ମୋଟ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୦,୪୬,୬୩୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ପଶ୍ଚିମବଙ୍ଗରେ ଅତିରିକ୍ତ ୧୬୫ ପର୍ଯ୍ୟବେକ୍ଷ ଓ ୭୭ ପୋଲିସ ପର୍ଯ୍ୟବେକ୍ଷ ନିଯୁକ୍ତ……
ପଶ୍ଚିମବଙ୍ଗରରେ ପୁନଃ ମତଦାନ ଆରମ୍ଭ……
ଶନିବାର ପଶ୍ଚିମବଙ୍ଗରେ ହେବ ପୁନଃ ମତଦାନ…..