Report Card Odisha

| Daily Odia News

ଦେଶରେ ୧,୬୮,୯୧୨ କରୋନା ସଂକ୍ରମିତ ଚିହ୍ନଟ, ୯୦୪ମୃତ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ ଦୈନିକ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଉଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମିବାରେ ନାଁ ନେଉନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୬୮ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯୦୪ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧ ଲକ୍ଷ ୬୮ ହଜାର ୯୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୯ଶହ ଟପିଛି । ୨୪ ଘଣ୍ଟା ମଧ୍ୟରେ ୯୦୪ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୩୫ ଲକ୍ଷ ୨୭ହଜାର ୭୧୭ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୭୦ ହଜାର ୧୭୯ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୨୧ ଲକ୍ଷ ୫୬ ହଜାର ୫୨୯ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୨୦୧୦୦୯ ।

Breaking News