ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ସିବିଏସଇ ଦଶମ ବୋର୍ଡ ପରୀକ୍ଷା ବାତିଲ୍ ହୋଇଥିବା ବେଳେ, ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖିବାକୁ ଶିକ୍ଷା ମନ୍ତ୍ରଣାଳୟ ନିଷ୍ପତି ନେଇଛି | ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶାଙ୍କ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି। ସିବିଏସ୍ଇ ଦ୍ୱାଦଶ ବୋର୍ଡ ପରୀକ୍ଷା ପାଇଁ ଜୁନ୍ ୧ ରେ ସ୍ଥିତିର ସମୀକ୍ଷା କରାଯିବ। ଏହାପରେ ସଂଶୋଧିତ ତାରିଖ ଘୋଷଣା କରାଯିବ। କରୋନା ବୃଦ୍ଧି ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ, ଶିକ୍ଷା ସଚିବ ତଥା ଅନ୍ୟାନ୍ୟ ଅଧିକାରୀ ଯୋଗ ଦେଇଥିଲେ। ବୈଠକ ପରେ ଜାରି ଏକ ବିବୃତ୍ତିରେ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ କହିଛି ଯେ ମହାମାରୀ ଏବଂ ବିଦ୍ୟାଳୟ ବନ୍ଦ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ତଥା ସୁସ୍ଥତାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସୂଚନା ମିଳିଛି ।
More Stories
ନିର୍ବାଚନ ନିୟମରେ ବଡ଼ ପରିବର୍ତ୍ତନ,ଭିଡିଓ ରେକର୍ଡିଂ ଦେଖାଇବେନି…..
୨୮ରେ ଓଡିଶା ଆସିବେ ଶାହ….
ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର….