ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଆଭ୍ୟନ୍ତର, ପଶ୍ଚିମ, ଦକ୍ଷିଣ ଓ ଉପକୂଳର ୧୪ଟି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି | ଏନେଇ ଆଜି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ଅପରାହ୍ନରୁ ଆସନ୍ତାକାଲି ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, କନ୍ଧମାଳ, ରାୟଗଡା ଓ ଗଜପତି ପ୍ରଭୃତି ୯ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୯ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହ ପ୍ରବଳ ବର୍ଷା ହେବ ବୋଲି କହିଛି ପାଣିପାଗ ବିଭାଗ। ସେହିପରି ଏହି ସମୟ ମଧ୍ୟରେ କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡା, ଗଜପତି, ଗଞ୍ଜାମ, ବୌଦ୍ଧ, ନୟାଗଡ଼ ଓ ମୟୂରଭଞ୍ଜ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଏଥିସହ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଥିବା ବେଳେ ୧୯ ତାରିଖ ପର୍ଯ୍ୟନ୍ତ ବର୍ଷାର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।
More Stories
୨୮ରେ ଓଡିଶା ଆସିବେ ଶାହ….
ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର….
‘ମୋ ସ୍କୁଲ ଅଭିଯାନ’ର ନାଁ ବଦଳିଲା,ଅଧ୍ୟକ୍ଷ ରହିବେ ମୁଖ୍ୟ ସଚିବ…..