ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟର ଦଶମ ଓ ଦ୍ୱାଦଶ ପରୀକ୍ଷା ସ୍ଥଗିତ ରଖିବା ସହିତ ଏପ୍ରିଲ ୧୯ରୁ ସମସ୍ତ କ୍ଲାସ୍ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। କରୋନା ସଂକ୍ରମଣ ବୃଦ୍ଧି ଦୃଷ୍ଟିରୁ ପରୀକ୍ଷା ସ୍ଥଗିତ ନିର୍ଦ୍ଦେଶ ଦିଆଯାଇଛି। ମହାମାରୀ ସ୍ଥିତିରେ ଉନ୍ନତି ଆସିଲେ ପରୀକ୍ଷା ନେଇ ନିଷ୍ପତ୍ତି ପରବର୍ତ୍ତୀ ସମୟରେ ହେବ। ଜୁନ୍ ପ୍ରଥମ ସପ୍ତାହରେ ପରୀକ୍ଷା ସଂପର୍କରେ ସମୀକ୍ଷା ହେବ ବୋଲି ସୂଚନା ମିଳିଛି। ଉପଯୁକ୍ତ ସମୟ ଦିଆଯାଇ ପୁଣି ପରୀକ୍ଷା କରାଯିବାକୁ ନିଷ୍ପତ୍ତି ନିଆଯିବ। ଏହାସହ ନବମ ଓ ଏକାଦଶ ପିଲା ସିଧା ଦଶମ ଓ ଦ୍ୱାଦଶକୁ ଉଠିବେ ବୋଲି ନିଷ୍ପତ୍ତି ହୋଇଛି। ଏହାସହ ଦଶମ, ଦ୍ୱାଦଶ ଶ୍ରେଣୀର ସମସ୍ତ କ୍ଲାସ ବନ୍ଦ କରାଯିବାକୁ ଘୋଷଣା ହୋଇଛି। ୧୯ ତାରିଖ ଠାରୁ କ୍ଲାସ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ସ୍କୁଲ୍ର କ୍ଲାସ ବନ୍ଦ ରହିବା ସହ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ହଷ୍ଟେଲ ମଧ୍ୟ ୧୯ରୁ ବନ୍ଦ ରହିବ।
More Stories
୨୮ରେ ଓଡିଶା ଆସିବେ ଶାହ….
ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର….
କେଜ୍ରିୱାଲ୍ଙ୍କ ବିରୋଧରେ ମାମଲା ଚଳାଇବାକୁ ଇଡିକୁ ଅନୁମତି ଦେଲେ ଉପ ରାଜ୍ୟପାଳ….