ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଦୈନିକ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୧୮୫ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨ ଲକ୍ଷ ୧୭ ହଜାର ୩୫୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୧୮୫ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୪୨ ଲକ୍ଷ ୯୧ହଜାର ୯୧୭ରେ ପହଞ୍ଚିଛି। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମିବାରେ ନାଁ ନେଉନାହିଁ ।
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
କମିଲା ଗ୍ୟାସ୍ ଦର……
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..