Report Card Odisha

| Daily Odia News

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ୯୫ ୦୪୧ କରୋନା ସଂକ୍ରମିତ, ୨୦୨୩ ଆକ୍ରାନ୍ତ ମୃତ୍ୟୁ…..

People are seen at a crowded market amidst the spread of the coronavirus disease (COVID-19) in Mumbai, India, March 10, 2021. REUTERS/Francis Mascarenhas

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୯୫ ହଜାର ୦୪୧ ଜଣ ସଂକ୍ରମିତ ହୋଇଥିବାବେଳେ ୨ହଜାର ୨୩ ଜଣଙ୍କ ମୃତ୍ୟୁ ହୋଇଛି । ଏହା ପରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୬ ଲକ୍ଷ ୧୬ ହଜାର ୧୩୦ରେ ପହଂଚିଛି । ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୨ ହଜାର ୫୫୩କୁ ବୃଦ୍ଧି ପାଇଛି । ଦେଶରେ ସକ୍ରିୟ କୋଭିଡ ସକ୍ରମିତଙ୍କ ସଂଖ୍ୟା ୨୧ ଲକ୍ଷ ୫୭ ହଜାର ୫୩୮ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨ହଜାର ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୦୨୩ ଜଣଙ୍କ ଜୀବନ ନେଇଛି କିଲର ଭାଇରସ । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୬ ଲକ୍ଷ ୧୬ ହଜାର ୧୩୦ରେ ପହଂଚିଛି ।

Breaking News