ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୯୫ ହଜାର ୦୪୧ ଜଣ ସଂକ୍ରମିତ ହୋଇଥିବାବେଳେ ୨ହଜାର ୨୩ ଜଣଙ୍କ ମୃତ୍ୟୁ ହୋଇଛି । ଏହା ପରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୬ ଲକ୍ଷ ୧୬ ହଜାର ୧୩୦ରେ ପହଂଚିଛି । ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୨ ହଜାର ୫୫୩କୁ ବୃଦ୍ଧି ପାଇଛି । ଦେଶରେ ସକ୍ରିୟ କୋଭିଡ ସକ୍ରମିତଙ୍କ ସଂଖ୍ୟା ୨୧ ଲକ୍ଷ ୫୭ ହଜାର ୫୩୮ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୨ହଜାର ଟପିଛି । ୨୪ ଘଣ୍ଟା ମଧ୍ୟରେ ୨୦୨୩ ଜଣଙ୍କ ଜୀବନ ନେଇଛି କିଲର ଭାଇରସ । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୬ ଲକ୍ଷ ୧୬ ହଜାର ୧୩୦ରେ ପହଂଚିଛି ।






More Stories
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..
ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା…..
ୟୁପି ରାଜ୍ୟସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା କଲା ଭାଜପା…..