Report Card Odisha

| Daily Odia News

ଦିଲ୍ଲୀରେ ପୁଣି ସପ୍ତାହେ ବଢ଼ିଲା ଲକ୍‌ଡାଉନ୍‌….

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦିଲ୍ଲୀରେ କରୋନା ସ୍ଥିତି ଅଣାୟତ୍ତ | କରୋନା ସଂକ୍ରମଣକୁ ରୋକିବା ପାଇଁ ଏପ୍ରିଲ ୧୯ ତାରିଖରୁ ଦିଲ୍ଲୀରେ ଲକଡାଉନ୍ ଲାଗୁ ହୋଇଥିଲା । ଏହି ଲକଡାଉନ୍ ଏପ୍ରିଲ ୨୬ ସକାଳ ୫ଟା ପର୍ଯ୍ୟନ୍ତ ବଳବତ୍ତର ଥିଲା | ଆଜି ପୁଣି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍‌ ଦିଲ୍ଲୀରେ ଲକ୍‌ଡାଉନ୍‌ ଅବଧିକୁ ଆଉ ସପ୍ତାହେ ପାଇଁ ବଢ଼ାଇ  ଦେଇଛନ୍ତି । ମେ’ ୩ ତାରିଖ ସକାଳ ୫ଟା ଯାଏ ଲକ୍‌ଡାଉନ୍‌ ଅବଧି ବୃଦ୍ଧି ଘୋଷଣା ହୋଇଛି। କରୋନା ସଂକ୍ରମଣ ମାମଲାକୁ ଦୃଷ୍ଟିରେ ରଖି ରାଜଧାନୀ ଦିଲ୍ଲୀରେ ଲକଡାଉନ୍‌ ଅବଧିକୁ ଆଉ ୬ ଦିନ ପାଇଁ ବୃଦ୍ଧି କରାଯାଇଛି। ସୂଚନା ମୁତାବକ, ଦିଲ୍ଲୀରେ ବର୍ତ୍ତମାନ କରୋନା ପଜିଟିଭ ରେଟ୍ ୩୨ ପ୍ରତିଶତ ଉପରେ ରହିଛି । ଏହାସହ ବିଭିନ୍ନ ହସ୍ପିଟାଲରେ ଅକ୍ସିଜେନ୍ ଓ ବେଡ୍ ସଙ୍କଟ ଦେଖାଦେଇଛି । ଏହାକୁ ନଜରରେ ରଖି ସରକାର ଲକଡାଉନ୍ ବଢାଇବାକୁ ଚିନ୍ତା କରୁଥିଲେ । କାରଣ ଲକଡାଉନ୍ ଛଡା ସଂକ୍ରମଣ ରୋକିବାକୁ ସରକାରଙ୍କ ହାତରେ ଅନ୍ୟ କୌଣସି ବିକଳ୍ପ ନାହିଁ । ଦିଲ୍ଲୀରେ ଥିବା ସମସ୍ତ ଉନ୍ନତ ହସ୍ପିଟାଲ୍‌ରେ ଅକ୍ସିଜେନ ଅଭାବ ଦେଖାଦେଇଛି। ଏନେଇ ଗତ କାଲି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲ୍‌ ଟୁଇଟ୍‌ କରି ସମସ୍ତ ମୁଖ୍ୟମନ୍ତ୍ରୀମାନଙ୍କୁ ନିବେଦନ କରିଥିଲେ। ଯଦି କାହା ପାଖରେ ବଳକା ଅକ୍ସିଜେନ ମହଜୁଦ ଅଛି, ତେବେ ଦିଲ୍ଲୀକୁ ଯୋଗାଇ ଦିଅନ୍ତୁ ବୋଲି ସେ ସବୁ ମୁଖ୍ୟମନ୍ତ୍ରୀମାନଙ୍କୁ ଅନୁରୋଧ କରିଥିଲେ।

Breaking News