ରିପୋର୍ଟ କାର୍ଡ / ଭୁବନେଶ୍ୱର
ମେଷ: ଶତ୍ରୁଭୟ ଉପୁଜି ପାରେ। ଭାଇମାନଙ୍କ ପୂର୍ଣ୍ଣ ସହଯୋଗ ପାଇ ଶତ୍ରୁକୁ ପରାଜିତ କରି, ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ପାଇ ଖୁସି ହେବେ। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ କରଣୀୟ। ଋଣ ପରିଶୋଧ କରିବେ।
ବୃଷ: ସୁସମ୍ବାଦ ଶୁଣି ଖୁସି ହୋଇପାରନ୍ତି। ଶାସ୍ତ୍ରାଦି ପୁସ୍ତକ ପାଇ ଅଧ୍ୟୟନରତ ହୋଇପାରନ୍ତି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିନୀତ ସ୍ୱଭାବ ସମ୍ପନ୍ନ ଓ ଧନ ଲାଭକାରୀ ହୋଇପାରନ୍ତି।
ମିଥୁନ: ନିଜକୁ କଳହ ମୁକ୍ତ ରଖିବାକୁ ଚେଷ୍ଟା କରିବେ। ପରିଶ୍ରମ ଅତ୍ୟଧିକ ହେଲେ ବି ତା’ର ମୂଲ୍ୟ ମିଳିବ। ଅବଶ୍ୟ କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ସନ୍ମାର୍ଗୀ ହୋଇ ଶ୍ରେଷ୍ଠ ପଦାସୀନ ହୋଇପାରନ୍ତି। ଦୃଢ଼ ପରାକ୍ରମୀ ହେବେ।
କର୍କଟ: ସୁଖୀ ହେବେ। ଅଳ୍ପକେ ସନ୍ତୁଷ୍ଟ ହୋଇପାରନ୍ତି। ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ଶୁଭ କାର୍ଯ୍ୟ ପାଇ ବାତାବରଣ ସ୍ୱଚ୍ଛ ଓ ନିର୍ମଳ ରହିଛି। ଭଗବତ ପ୍ରେମୀ ହେବେ। ଦେବ ଦର୍ଶନର ସୁଯୋଗ ମିଳିବ। ସରକାରୀ ସ୍ତରରୁ ଲାଭ ଉଠାଇ ପାରନ୍ତି।
ସିଂହ: ଉଚ୍ଚ ସମ୍ମାନର ଅଧିକାରୀ ହୋଇପାରନ୍ତି। ମୂଲ୍ୟବାନ୍ ଧାତୁ ଦ୍ରବ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଯାନବାହନ ସୁଖ ମିଳିବ। ରାଜପ୍ରସାଦ ଭଳି ଗୃହ ସୁଖ ପାଇ ଖୁସି ହେବେ। କୀର୍ତ୍ତିମାନ୍ ହେବେ। ବହୁ ଉତ୍ତମ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ।
କନ୍ୟା: ଆୟ ଆଶାନୁରୂପ ହେବ। ଆମୋଦ ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହେବେ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ। ଦାମ୍ପତ୍ୟ ସୁଖ ମିଳିବ।
ତୁଳା: ଯାତ୍ରା ଶୁଭଦାୟକ ହେବ। ସମରକ୍ଷେତ୍ରରେ ପାରଙ୍ଗମ ହେବେ। ପରୋପକାର କରିବାକୁ ପାଇ ଅଧିକ ବ୍ୟୟର ସମ୍ମୁଖୀନ ହୋଇପାରନ୍ତି। ବିବାଦୀୟ ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। ମଧୁର କଥାରେ ପରକୁ ଆପଣାର କରିବେ।
ବିଛା: ମୂଲ୍ୟବାନ୍ ଦ୍ରବ୍ୟ ଲାଭ ହୋଇପାରେ। ସୁସମ୍ବାଦ ଶୁଣି ଖୁସି ହେବେ। ଅଧିକ ଅଭିଜ୍ଞତା ଅର୍ଜନ ଯାଇ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍କର୍ମରେ ନିଜକୁ ନିୟୋଜିତ କରିପାରନ୍ତି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।
ଧନୁ: ଶ୍ରମ ସାର୍ଥକ ହେବ। ଶୁଭ ସମାଚାର ପାଇ ଖୁସି ହୋଇପାରନ୍ତି। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ଢ଼େର ଉନ୍ନତି ଘଟିବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ବିବାଦୀୟ ଘଟଣାରେ ବିଜୟୀ ହେବେ।
ମକର: ସେବା ପୂଜାରେ ନିମଗ୍ନ ହୋଇପାରନ୍ତି। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତା ହାସଲ କରି ତା’ର ସଦ୍ବ୍ୟବହାର କରିପାରନ୍ତି। ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିବେ।
କୁମ୍ଭ: ଆର୍ଥିକ ସଙ୍କଟ ଦେଖାଦେଇ ପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସତ୍ୟ ବକ୍ତା ଓ ବିଳାସ ପ୍ରିୟ ହେବେ। ଆସ୍ତିକ ଓ ଗଣିତଜ୍ଞ ହୋଇପାରନ୍ତି। ମିତବ୍ୟୟୀ ହେବେ। ଅଷ୍ଟମଚନ୍ଦ୍ରର ଦୁଷ୍ପଭାବ କ୍ଷୁଣ୍ଣ ହୋଇପାରେ।
ମୀନ: ବହୁ ମିତ୍ରଙ୍କ ସାନ୍ନିଧ୍ୟ ପାଇ ଭାବବିହ୍ୱଳ ହୋଇପାରନ୍ତି। ସୁଖକର ଘଟଣାମାନ ଘଟିବ। କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆନନ୍ଦ ଉପଭୋଗ କରିବେ।
More Stories
ସତର୍କ ରହିବେ….
ସରକାରୀ ସହାୟତା ମିଳିବ…..
ସୁସ୍ଥ ଓ ନିରାମୟ ରହିବେ…..