ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନା ସ୍ଥିତି ସଙ୍କଟ ପୂର୍ଣ୍ଣ ରହିଛି | ଗତ ୨୪ ଘଣ୍ଟାରେ ଦେଶରେ ୩ ଲକ୍ଷ ୫୨ ହଜାର ୯୯୧ ଆକ୍ରାନ୍ତ ଚିହ୍ନଟ ହୋଇ ବେଳେ ୨୮୧୨ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୩ ଲକ୍ଷ ୧୩ହଜାର ୧୬୩ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୯୫ ହଜାର ୧୨୩ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୪୩ ଲକ୍ଷ ୪ ହଜାର ୩୮୨ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୨୮୧୩୬୫୮। ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ଲକଡାଉନ୍, ନାଇଟ୍ କର୍ଫ୍ୟୁ ଆଦି ଲାଗିଥିଲେ ମଧ୍ୟ ସଂକ୍ରମଣ ଥମୁନାହିଁ।






More Stories
ରାଜସ୍ଥାନରେ ହିଂସା:ଇଣ୍ଟରନେଟ୍ ସେବା ବନ୍ଦ……
ଶରିଫ ଉସମାନଙ୍କ ହତ୍ୟା ପଛରେ ୟୁନୁସଙ୍କ ହାତ ଅଭିଯୋଗ……
ବଳାତ୍କାରୀଙ୍କୁ ଜାମିନ,ପୀଡ଼ିତାଙ୍କ ସହ ଅପରାଧୀ ଭଳି ବ୍ୟବହାର…..