ରିପୋର୍ଟ କାର୍ଡ / ପୁରୀ
କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ପୁରୀ ସ୍ୱର୍ଗଦ୍ୱାରରେ କଟକଣା ଲାଗୁ ହୋଇଛି। ପୁରୀ ଜିଲ୍ଲା ବାହାରର କୌଣସି ଲୋକ ସ୍ୱର୍ଗଦ୍ୱାରରେ ଶବଦାହ କରିପାରିବେ ନାହିଁ । କୋଭିଡ ସଂକ୍ରମଣ ବୃଦ୍ଧି ପାଉଥିବା ଦୃଷ୍ଟିରୁ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ପୁରୀ ଜିଲ୍ଲାର ଲୋକେ ଅନ୍ୟ କାରଣ ପାଇଁ ମୃତ୍ୟୁ ହେଲେ ସ୍ୱର୍ଗଦ୍ୱାରରେ ଆତ୍ମୀୟଙ୍କ ଶବଦାହ କରିପାରିବେ । କୋଭିଡରେ ପ୍ରାଣ ହରାଉଥିବା ବ୍ୟକ୍ତି ସ୍ୱର୍ଗଦ୍ୱାରରେ ଅସ୍ଥି ବିସର୍ଜନ କରିପାରିବେ ନାହିଁ । ସେହିଭଳି ପୁରୀରେ ଶ୍ରାଦ୍ଧ ଓ ଅସ୍ଥି ବିସର୍ଜନ କାର୍ଯ୍ୟକୁ ମଧ୍ୟ ବାରଣ କରାଯାଇଛି । ଜିଲ୍ଲା ଓ ରାଜ୍ୟ ବାହାରର କୌଣସି ବ୍ୟକ୍ତି ଏବେ ମହୋଦଧି ଓ ଶ୍ୱେତଗଙ୍ଗାରେ ଶ୍ରାଦ୍ଧ ଅସ୍ଥି ବିସର୍ଜନ କରିପାରିବେ ନାହିଁ ବୋଲି ପୁରୀ ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି । ସେହିପରି ଆଜିଠାରୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ । ଜଗାକୁ ଦର୍ଶନ କରିପାରିବେ ନାହିଁ ଭକ୍ତ । କୋଭିଡକୁ ଦେଖି ମେ ୧୫ ତାରିଖ ଯାଏ ଏହି ନିୟମ ଜାରି ରହିବ । ଏହି ସମୟରେ କିନ୍ତୁ ମହାପ୍ରଭୁଙ୍କ ସବୁ ନୀତିକାନ୍ତି ଯଥାରୀତି ଚାଲିଛି । କରୋନାର ଦ୍ୱିତୀୟ ଲହରରେ ବହୁ ସେବାୟତ, ଶ୍ରୀମନ୍ଦିର କର୍ମଚାରୀମାନେ ଆକ୍ରାନ୍ତ ହୋଇଛନ୍ତି । ଆଗକୁ ଆହୁରି ସମସ୍ୟା ହୋଇପାରେ । ତେଣୁ ଶ୍ରୀଜିିଉଙ୍କ ନୀତିକାନ୍ତି ଯେପରି ପ୍ରଭାବିତ ନ ହୁଏ, ସେଥିପାଇଁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି ।
More Stories
ମାନ୍ନାପୁରମ୍ ରୁ ଲୁଟ୍ ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ…..
ତୁମ ବାପା ମୋ ସହ କାମ କରିଛନ୍ତି,ଚୁପ୍ ହୋଇ ନିଜ ଜାଗାରେ ବସ….
କୁଆଖାଇ ନଦୀରେ ବୁଡି ୨ ଛାତ୍ରଙ୍କ ମୃତ୍ୟୁ…..