ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ପିପିଲି ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ । ନାମାଙ୍କନ ଦାଖଲ କରିବେ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର । ଅଜିତ ମଙ୍ଗରାଜଙ୍କ ଅକାଳ ବିୟୋଗ ପରେ ପିପିଲି ଉପନିର୍ବାଚନରେ ତାଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ । ନିଜ ସମର୍ଥକଙ୍କ ସହ ଜିଲ୍ଲା କଂଗ୍ରେସ ଭବନ ନିକଟରେ ପହଞ୍ଚିବା ପରେ କରୋନା କଟକଣା ଭିତରେ ଜିଲ୍ଲାପାଳଙ୍କ ଅଫିସରେ ପ୍ରାର୍ଥିପତ୍ର ଦାଖଲ କରିବେ । ମାଙ୍କନ ଦାଖଲ ପରେ ଖୁବଶୀଘ୍ର ପ୍ରଚାର ମୈଦାନକୁ ଓହ୍ଲାଇବେ ବିଶ୍ୱକେଶନ । ସୂଚନା ଅନୁସାରେ- ମେ’ ୧୬ ତାରିଖରେ ପିପିଲି ଉପନିର୍ବାଚନ ପାଇଁ ମତଦାନ ନିଆଯିବ । ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ, ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଓ କଂଗ୍ରେସର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ଭିତରେ ତ୍ରିମୁଖି ଲଢ଼େଇ ହେବ । ମେ’ ୧୯ ତାରିଖରେ ଭୋଟ୍ ଗଣତି ପରେ ପ୍ରକାଶ ପାଇବ ଫଳାଫଳ ।






More Stories
ବିଜେଡିରୁ ଅରବିନ୍ଦ ନିଲମ୍ବନ:ଉତ୍ତର ରଖିଲେ ବାପା…..
ଶ୍ରୀମନ୍ଦିର ଭିତରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ…..
ଫେବୃଆରୀରୁ ଆରମ୍ଭ ହେବ ସ୍ୱଚ୍ଛ ସର୍ବେକ୍ଷଣ…..