ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କରୋନା ସଂକ୍ରମଣରେ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ମଧ୍ୟ ସଂକ୍ରମିତ ହୋଇ ସାରିଛନ୍ତି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କରୋନା ସଂକ୍ରମିତ ହୋଇଛନ୍ତି ବୋଲି ଗୁରୁବାର ଟ୍ୱିଟ କରି ସୂଚନା ଦେଇଛନ୍ତି। ଗୋଟିଏ ଦିନ ପୂର୍ବରୁ ଅଶୋକ ଗେହଲଟଙ୍କ ପତ୍ନୀ ସୁନୀତା ଗେହଲଟ ମଧ୍ୟ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଏହା ଜଣାପଡିବା ପରେ ମୁଖ୍ୟମନ୍ତ୍ରୀ ଗୃହାବଦ୍ଧ ହୋଇ ରହିଥିଲେ। ମୁଖ୍ୟମନ୍ତ୍ରୀ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି, କରୋନା ପରୀକ୍ଷା କରିବା ଦ୍ୱାରା ରିପୋର୍ଟ ପଜିଟିଭ ବୋଲି ଜଣାପଡିଥିଲା। ମୋ ମଧ୍ୟରେ କୌଣସି ଲକ୍ଷଣ ମଧ୍ୟ ଅନୁଭବ କରି ନାହିଁ। କରୋନାର ସମସ୍ତ ନିୟମାବଳୀ , ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ସବୁକିଛି ପାଳନ କରୁଛି। ଗୃହରେ ରହି ମଧ୍ୟ କାର୍ଯ୍ୟ ଜାରି ରଖିବି।






More Stories
ଭରଣପୋଷଣ ଦୟା ନୁହେଁ,ସ୍ତ୍ରୀଙ୍କ ଅଧିକାର…..
କ୍ଷମା ମାଗିଲେ ଅଶ୍ୱିନ ବୈଷ୍ଣବ……
ଫ୍ଲାଟ ମୂଲ୍ୟରୁ ହଟିଲା ପାର୍କିଂ ଚାର୍ଜ…..