ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ କରୋନାର ଦ୍ୱିତୀୟ ଲହର ତାଣ୍ଡବ କରୁଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ୩ ଲକ୍ଷ ୬୮ ହଜାର ୧୪୭ ନୂଆ କରୋନା ସ୍ରଂକମିତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କାରଣ ପଜିଟିଭ ସଂଖ୍ୟା ୧,୯୯,୨୫,୬୦୪କୁ ବୃଦ୍ଧି ପାଇଛି। ସେହିପରି ଦେଶର ୩,୪୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି | ଏହି ମୃତକଙ୍କୁ ମିଶାଇ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୧୮,୯୫୯ରେ ପହଞ୍ଚିଛି। ଦିନକରେ ୩,୦୦,୭୩୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୬,୨୯,୩୦୦୩ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୩୪,୧୩,୬୪୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ଇଣ୍ଡିଆ ବ୍ଲକ ନେତାଙ୍କୁ ସାକ୍ଷାତ କରିବେନି CJI….
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….