ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ଓଡିଶାରେ ୨ ଲକ୍ଷ ଡୋଜ୍ କୋଭିସିଲ୍ଡ ଟିକା ପହଞ୍ଚିଛି। ଏହି ଟିକା ୪୫ ବର୍ଷରୁ ଅଧିକ ବୟସ ବର୍ଗଙ୍କୁ ଦିଆଯିବା ଲାଗି ଆସିଛି। ତେବେ ପ୍ରଥମ ଡୋଜ୍ ନେଇ ଦ୍ୱିତୀୟ ଡୋଜ୍ ପାଇଁ ଅପେକ୍ଷା କରିଥିବା ଲୋକଙ୍କୁ ଏଥିରେ ପ୍ରାଥମିକତା ଦିଆଯିବ ବୋଲି କୁହାଯାଇଛି। ରାଜ୍ୟରେ ଏବେ ତୃତୀୟ ପର୍ଯ୍ୟାୟ ଟିକାକରଣ ମଧ୍ୟ ଆରମ୍ଭ ହୋଇଛି। ହେଲେ ଟିକା ଅଭାବ ଯୋଗୁଁ କେତେକ ସ୍ଥାନରେ ତୃତୀୟ ପର୍ଯ୍ୟାୟ ଅର୍ଥାତ ୧୮ରୁ ୪୪ ବର୍ଷ ବର୍ଗର ଲୋକଙ୍କୁ ଟିକା ଦିଆଯିବା ଆରମ୍ଭ ହୋଇପାରିନି। ସେପଟେ ପ୍ରଥମ ଡୋଜ୍ ନେଇଥିବା ଲୋକେ ଦ୍ୱିତୀୟ ଡୋଜ୍ ପାଇଁ ଅପେକ୍ଷା କରିଥିଲେ ବି ଟିକା ନଥିବାରୁ ସମସ୍ୟା ଦେଖା ଦେଇଥିଲା।






More Stories
୧୨ରେ ପାଚିକା-ସହାୟିକାଙ୍କ ଧର୍ମଘଟ…..
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..