ରିପୋର୍ଟ କାର୍ଡ / ଭୁବନେଶ୍ୱର
ଭୁବନେଶ୍ୱର ମହାନଗର ନିଗମର କମିଶନର ପ୍ରେମ୍ଚନ୍ଦ୍ର ଚୌଧୁରୀଙ୍କୁ ବଦଳି କରାଯାଇଛି । ତାଙ୍କ ସ୍ଥାନରେ ସଞ୍ଜୟ କୁମାର ସିଂହକୁ ବିଏମ୍ସି କମିଶନର ଭାବେ ନିଯୁକ୍ତ କରାଯାଇଛି | ଏହାସହ ତାଙ୍କୁ ଭୁବନେଶ୍ୱର ସ୍ମାର୍ଟ ସିଟି ସିଇଓ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ମିଳିଛି। ସଞ୍ଜୟ କୁମାର ସିଂ ଏବେ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗ ସଚିବ ଅଛନ୍ତି। ଶ୍ରୀ ସିଂହ ହେଉଛନ୍ତି ୧୯୯୭ ବ୍ୟାଚ୍ର ଆଇଏଏସ୍ ଅଫିସର। ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ ଜିଏ ବିଭାଗର ଓଏସ୍ଡି ଭାବେ ନିଯୁକ୍ତ ହୋଇଛନ୍ତି । ସେହିପରି ହେମନ୍ତ ଶର୍ମାଙ୍କୁ ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ଅତିରିକ୍ତ ଦାୟିତ୍ୱ, ବିଷ୍ଣୁପଦ ସେଠୀଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ଦାୟିତ୍ୱ, ଡ. କ୍ରିଷନ କୁମାରଙ୍କୁ ଇଡ୍କୋ ସିଏମ୍ଡି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି।
More Stories
୨୨ ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବେ ରାହୁଲ…..
ଓଡ଼ିଶା କ୍ୟାଡର ଆଇପିଏସ ଅଧିକାରୀ କେନ୍ଦ୍ରୀୟ ନିଯୁକ୍ତି ପାଇଁ ମନୋନୀତ…..
୨ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି…..