ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ବି କେତେକ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରଛି। ବିଭିନ୍ନ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଡେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବୌଦ୍ଧ, ନବରଙ୍ଗପୁର, ସୁନ୍ଦରଗଡ଼ ଏବଂ ଦେବଗଡ଼ ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ଘଣ୍ଟାପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିପାରେ। ସୂଚନା ଅନୁସରେ- ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା । କଟକ ଓ ଭୁବନେଶ୍ୱର, ପୁରୀ ସମେତ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷ ସହ ବଜ୍ରପାତ ପ୍ରଭାବ ଦେଖିବାକୁ ମିଳିଥିଲା । ଜୋରରେ ପବନ ବହିବା ଯୋଗୁ କେଉଁଠି ଗଛ ଭାଙ୍ଗି ଯାଇଥିଲା ତ ଆଉ କେଉଁଠି ଟେଣ୍ଟ୍ ଘର ଭାଙ୍ଗି ଯାଇଥିଲା। ବଜ୍ରାଘାତରେ ଲୋକଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଥିଲା |






More Stories
ବଦଳିଲେ ଆଇଆଇସି,୪ ପୋଲିସ ସସ୍ପେଣ୍ଡ୍…..
ବାଲିଅନ୍ତା ହତ୍ୟା ଘଟଣାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ…..
ଆସୁଛି ଲଘୁଚାପ…..