ରିପୋର୍ଟ କାର୍ଡ / ନୂଆଦିଲ୍ଲୀ / ଭୁବନେଶ୍ୱର
ଅକ୍ଷୟ ତୃତୀୟା ଅବସରରେ ଆଜି ପିଏମ୍ କିଷାନର ଅଷ୍ଟମ କିସ୍ତି ରାଶି ଚାଷୀଙ୍କ ପରିବାରକୁ ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସାଢ଼େ ୯ କୋଟି ଚାଷୀଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ଟଙ୍କା ପଠାଯିବ | ମୋଟ୍ ୧୯ ହଜାର କୋଟି ଟଙ୍କା ଚାଷୀଙ୍କ ଜମାଖାତାକୁ ସିଧାସଳଖ ଟଙ୍କା ପଠା ଯିବ। ଆଜି ଦିନ ୧୧ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାଷୀଙ୍କୁ ସମ୍ବୋଧନ କରିବେ। ଚାଷୀଙ୍କ ସହ ଆଲୋଚନା ପରେ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧାସଳଖ ଟଙ୍କା ପଠାଯିବ। କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ସେହିପରି ଅକ୍ଷୟ ତୃତୀୟା ଅବସରରେ ରାଜ୍ୟର ଚାଷୀମାନଙ୍କୁ ମିଳିବ ‘କାଳିଆ ସହାୟତା ରାଶି । କୃଷକ ଦିବସ ଓ ଅକ୍ଷୟ ତୃତୀୟାର ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ସହାୟତା ରାଶି ଶୁକ୍ରବାର ଚାଷୀଙ୍କ ଆକାଉଣ୍ଟକୁ ପଠାଇବେ । ଏକ ସ୍ୱତନ୍ତ୍ର ଭର୍ଚୁଆଲ ଉତ୍ସବରେ ଏ ସହାୟତା ରାଶିକୁ ମୁଖ୍ୟମନ୍ତ୍ରୀ ରାଜ୍ୟର କାଳିଆ ହିତାଧିକାରୀଙ୍କ ଜମାଖାତାକୁ ପଠାଇବାର ଶୁଭାରମ୍ଭ କରିବେ ବୋଲି ସୂଚନା ମିଳିଛି । ଉତ୍କଳ ଦିବସରେ ରାଜ୍ୟ ସରକାର ୩୪ ଲକ୍ଷ ଚାଷୀଙ୍କ ଖାତାକୁ ସିଧାସଳଖ କାଳିଆ ଟଙ୍କା ପଠାଇଥିଲେ। ନୂଆ ଆର୍ଥିକ ବର୍ଷରେ ରବି ଋତୁ ପାଇଁ ସରକାର ୬୯୪ କୋଟି ଟଙ୍କା ଦେଇଥିଲେ। ପ୍ରତି ଚାଷୀଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କା ଲେଖାଏ ପଠାଯାଇଥିଲା।
More Stories
ଓଡ଼ିଶାରେ ପୁରୀ ସମେତ ଏସବୁ ସ୍ଥାନକୁୁ ସର୍ତକ ସୂଚନା…..
ଉଭୟ ଭାରତ-ପାକିସ୍ତାନ ସଂଯମତା ରଖନ୍ତୁ….
ପ୍ରଚୁର ଔଷଧ ମହଜୁଦ୍ ରଖ…..