ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୩୯୦ ଜଣ କୋଭିଡ଼ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୭୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୪ଜଣ. ଅନୁଗୋଳରୁ ୩ଜଣ, କେନ୍ଦ୍ରାପଡା, ରାୟଗଡା, କଳାହାଣ୍ଡି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ବୌଦ୍ଧ, କଟକ, ଦେବଗଡ, ଗଜପତି, ଗଞ୍ଜାମ, କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।






More Stories
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ
ଆନ୍ଧ୍ରପ୍ରଦେଶରେ କୋଭିଡ ଆତଙ୍କ; ଗଞ୍ଜାମ ଜିଲ୍ଲାରେ ହାଇଆଲର୍ଟ…..