ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଆଜି ରାଜ୍ୟରେ ଆଉ୨୭ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା, କୋରାପୁଟରୁ ୪ ଜଣ ଲେଖାଏଁ, ନୂଆପଡା, ରାୟଗଡା ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ, କଳାହାଣ୍ଡିରୁ ୨ ଜଣ, ବରଗଡ, ବଲାଙ୍ଗୀର, ବୌଦ୍ଧ, ଗଜପତି, ଝାରସୁଗୁଡା, ନବରଙ୍ଗପୁର, ପୁରୀ, ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ