ରିପୋର୍ଟ କାର୍ଡ / ଭୁବନେଶ୍ବର
ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଆଜି ରାଜ୍ୟରେ ୨୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ଜଣ ଓ କଳାହାଣ୍ଡି ଜିଲ୍ଲାରୁ ୪ଜଣ ରହିଛନ୍ତି । ଗଞ୍ଜାମ ଓ ପୁରୀ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବୌଦ୍ଧ, ଗଜପତି, କୋରାପୁଟ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..