ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହୁହୁ ହୋଇ ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୮ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୮୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଓ ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ନବରଙ୍ଗପୁର , ପୁରୀ , ରାୟଗଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଗଜପତି, ଗଞ୍ଜାମ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଡିଏଭି ରେ ଗୋପାଳ ପଟ୍ଟନାୟକ ସ୍ମାରକୀ ଏବଂ ଇଂରାଜୀ ତର୍କ ପ୍ରତିଯୋଗିତା ଅନୁଷ୍ଠିତ……
ସୌମ୍ୟରଞ୍ଜନ ହତ୍ୟାକାଣ୍ଡ ମାମଲା: ଦୁଇଦିନିଆ ରିମାଣ୍ଡରେ ୩ ଅଭିଯୁକ୍ତ…..
OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ……