ରିପୋର୍ଟ କାର୍ଡ / ଭୁବନେଶ୍ୱର
ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ ଜୁନ୍ ପହିଲାରୁ ଖୋଲିବ। ଏନେଇ ବିଭାଗୀୟ ସଚିବ ଚିଠି ଲେଖି ଶିକ୍ଷାନୁଷ୍ଠାନ ମୁଖ୍ୟଙ୍କୁ ଅବଗତ କରିଛନ୍ତି । ସରକାରୀ ବିଶ୍ବବିଦ୍ୟାଳୟ, ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଡିଗ୍ରୀ ମହାବିଦ୍ୟାଳୟ ଜୁନ୍ ପହିଲାରୁ ଖୋଲିବ। ମେ’ ୩୧ରେ ଗ୍ରୀଷ୍ମ ଛୁଟି ସରିବା ପରେ କୁଳପତି ଓ ମହାବିଦ୍ୟାଳୟ ଅଧ୍ୟକ୍ଷ ଏ ଦିଗରେ ଆବଶ୍ୟକ ପଦକ୍ଷେପ ନେବେ। ବିଭାଗ ପକ୍ଷରୁ ଗତ ଏପ୍ରିଲ ୧୬ ଏବଂ ୨୬ରେ ଦିଆଯାଇଥିବା ଚିଠି ଆଧାରରେ ନିର୍ଦେଶାବଳୀ ପାଳନ କରିବାକୁ କୁହାଯାଇଛି।






More Stories
ଚାଷୀଙ୍କ ସମସ୍ୟା ନେଇ ରାସ୍ତାକୁ ଓହ୍ଲାଇବ ବିଜେଡି…..
ବିଜେପି ନେତାଙ୍କ ଉପରେ ହେଉ କାର୍ଯ୍ୟାନୁଷ୍ଠାନ…..
ଆସନ୍ତାକାଲି ଯୁକ୍ତ ଦୁଇ ପରୀକ୍ଷା ଫଳ….