ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ ବଢିବାରେ ଲାଗିଛି । ସେହିଭଳି କରୋନାଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୯୫୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ ଜଣ, ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, କଟକ, ଦେବଗଡ, ଗଜପତି, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ