ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଦୈନିକ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି | ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ୧ଲକ୍ଷ ୫୨ ହଜାର ୭୩୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୦,୪୭,୫୩୪କୁ ବୃଦ୍ଧି ପାଇଛି । ଚିକିତ୍ସାଧୀନ ଅବସ୍ଥାରେ ୩,୧୨୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୨୯ ହଜାର ୧୦୦ରେ ପହଞ୍ଚିଛି। ୨୪ ଘଣ୍ଟାରେ ୨ ଲକ୍ଷ ୩୮ ହଜାର ୦୨୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୫୬,୯୨,୩୪୨ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୨୦,୨୬,୦୯୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୧,୩୧,୫୪,୧୨୯ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
More Stories
୨୨ ପିଲାଙ୍କୁ ପୋଷ୍ୟ ଭାବେ ଗ୍ରହଣ କରିବେ ରାହୁଲ…..
ଓଡ଼ିଶା କ୍ୟାଡର ଆଇପିଏସ ଅଧିକାରୀ କେନ୍ଦ୍ରୀୟ ନିଯୁକ୍ତି ପାଇଁ ମନୋନୀତ…..
୨ରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୨୦ତମ କିସ୍ତି…..