ରିପୋର୍ଟ କାର୍ଡ / ସୁନ୍ଦରଗଡ
ଭିଜିଲାନ୍ସ ଜାଲରେ ସୁନ୍ଦରଗଡ଼ର ଟିଡିସିସି ଜିଲ୍ଲା ପରିଚାଳକ | ଆଜି ସକାଳୁ ସୁନ୍ଦରଗଡ଼ ଆଦିବାସୀ ଉନ୍ନୟନ ସମଵାୟ ନିଗମ ର ଜିଲ୍ଲା ପରିଚାଳକ ଜୟପ୍ରକାଶ ମହାନ୍ତି ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ସେ ସକାଳୁ ସୁନ୍ଦରଗଡ଼ ସହରରୁ ଏକ କାର ଯୋଗେ ଟଙ୍କା ନେଇ ଘରକୁ ଯାଉଥିଲେ। କୌଣସି ସୂତ୍ରରୁ ଖବର ପାଇ ସୁନ୍ଦରଗଡ଼ ଭିଜିଲାନ୍ସ ଡିଏସପି ସୁଧାଂଶୁ ପୂଜାରୀଙ୍କ ନେତୃତ୍ଵରେ ଏକ ଟିମ ତାଙ୍କୁ ପିଛା କରି ମସ୍ନିକାନୀ ଟୋଲ୍ ପ୍ଲାଜାରେ ଅଟକାଇ ଯାଞ୍ଚ କରିଥିଲେ। ଗାଡିରେ ୧୯ ଲକ୍ଷରୁ ଅଧିକ ଟଙ୍କା ଥିବା ଜଣା ପଡିଥିଲା। ଟିମ ପ୍ରାଥମିକ ଭାବେ ପଚରାଉଚୁରା କରିଥିଲେ ମଧ୍ୟ ସେ ଟଙ୍କା ସମ୍ପର୍କରେ କୌଣସି ସନ୍ତୋଷଜନକ ଉତ୍ତର ଦେଇ ପାରିନଥିଲେ। ଶେଷରେ ଭିଜିଲାନ୍ସ ତାଙ୍କୁ ଅଫିସକୁ ଆଣି ଅଧିକ ତଦନ୍ତ ଆରମ୍ଭ କରିଛି।






More Stories
ରାଜଧାନୀରେ ଜଳିଗଲା କାର…..
ଦୁଷ୍କର୍ମ ଅଭିଯୋଗରେ ଶିକ୍ଷକଙ୍କୁ ୨୦ ବର୍ଷ ଜେଲ୍…..
ପୁରୀବାସୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା…..