ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟାରେ ୧ ଲକ୍ଷ ୩୪ ହଜାର ୧୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୮୪,୪୧,୯୮୬କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୨ ହଜାର ୮୮୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୩୭ ହଜାର ୯୮୯ରେ ପହଞ୍ଚିଛି। ଦିନକରେ ୨ ଲକ୍ଷ ୧୧ ହଜାର ୪୯୯ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୬୩,୯୦,୫୮୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୧୭,୧୩,୪୧୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୨,୧୦,୪୩,୬୯୩ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ମୋ ସମ୍ପର୍କରେ ସୋନିଆ ଗାନ୍ଧୀ ହିଁ ନିଷ୍ପତ୍ତି ନିଅନ୍ତି…..
ପୁଣିଥରେ ହେବ ମତଦାନ…..
ପଶ୍ଚିମବଙ୍ଗରୁ ବହିଷ୍କାର ହେବେ ଆଇପିଏସ୍ ଅଧିକାରୀ ଅଜୟ ପାଲ ଶର୍ମା…..