ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୭୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବୌଦ୍ଧ, କଟକ, ଦେବଗଡ, ଗଜପତି ଓ ଗଞ୍ଜାମରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।






More Stories
ଘରୋଇ ବସ୍ ମାଲିକ ସଂଘର ଚେତାବନୀ…..
ପ୍ରେମ ପାଇଁ ଥାର ଚଢ଼ାଇ ହତ୍ୟା…..
ଆୟୁଷ୍ମାନ କାର୍ଡକୁ ନେଇ ବଡ଼ ସୂଚନା……