ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୭୨୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣ, ଅନୁଗୁଳ, ଝାରସୁଗୁଡା, କଳାହାଣ୍ଡି, ରାୟଗଡା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବୌଦ୍ଧ, କଟକ, ଦେବଗଡ, ଗଜପତି ଓ ଗଞ୍ଜାମରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି।
More Stories
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..
ଓଡ଼ିଶା ଆସିବେ ରାଷ୍ଟ୍ରପତି….
ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ ପରେ ନିଷ୍ପତ୍ତିକୁ ସ୍ଥଗିତ କଲା ଓଏସ ସଂଘ ….