ରିପୋର୍ଟ କାର୍ଡ / ଭୁବନେଶ୍ୱର
ମାହାଙ୍ଗାର କରୋନାରେ ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ବିକ୍ରମ କେଶରୀ ବର୍ମାଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ସେ ମାହାଙ୍ଗାର ପୂର୍ବତନ ବିଜେଡି ବିଧାୟକ ଥିଲେ। ଶ୍ରୀ ବର୍ମାଙ୍କର କରୋନା ରିପୋର୍ଟ ପଜିଟିଭ ଆସିବା ପରେ ମେ ୨୬ରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଗତକାଲି ରାତିରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଥିଲା। ଆଜି ସକାଳୁ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ | ଏନେଇ ଆଜି ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି। ସେ ଜଣେ ଜଣାଶୁଣା ଶିକ୍ଷକ ନେତା ଏବଂ ସାହିତ୍ୟିକ ମଧ୍ୟ ଥିଲେ। ସାରସ୍ୱତ ସାଧକ,ବିଶିଷ୍ଟ କବି,ଶିକ୍ଷାବିତ,ପୂର୍ବତନ ବିଧାୟକ ଓ ବିଜୁ ଜନତା ଦଳର ବରିଷ୍ଠ ନେତା ଥିଲେ ।






More Stories
୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର…..
ପବନ ସହ ପ୍ରବଳ ବର୍ଷା…..
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ….