ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବ ବେଳେ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି | ଆଜି ମହାମାରୀ କରୋନା ୪୨ ଜଣ ଆକ୍ରାନ୍ତ ଜୀବନ ନେଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ, କଳାହାଣ୍ଡି, ଝାରସୁଗୁଡାରୁ ୩ ଲେଖାଏଁ ରହିଛନ୍ତି । ସେହିପରି ଗଜପତି, ଜଗତସିଂହପୁର, ମୟୁରଭଞ୍ଜ, ରାୟଗଡା, ସୁନ୍ଦରଗଡରୁ ୨ ଲେଖାଏଁ ରହିଥିବା ବେଳେ ପୁରୀ, ନୂଆପଡା, ମାଲକାନଗିରି, କନ୍ଧମାଳ, ଯାଜପୁର, ଗଞ୍ଜାମ, ବରଗଡରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ରାସନ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ: ପ୍ରତି ମେମ୍ବର ପାଇବେ ୭ କେଜି ଶସ୍ୟ……
ମୁଖ୍ୟମନ୍ତ୍ରୀ ନେଲେ ଆକ୍ସନ;୪ ନିଲମ୍ବିତ……
ରାଜଧାନୀରେ ଜଳିଗଲା କାର…..