ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୪୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୬୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ରହିଥିବା ବେଳେ ଅନୁଗୁଳ , ବରଗଡ଼ , କଟକ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି , ସୁନ୍ଦରଗଡ଼, ପୁରୀ, ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର , ବୌଦ୍ଧ , ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଦେଓଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..