ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ୨୪ ଘଣ୍ଟାରେ ୯୧,୭୦୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୨,୭୪,୮୨୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୩ ହଜାର ୪୦୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୬୩,୦୭୯ରେ ପହଞ୍ଚିଛି । ଦିନକରେ ଆଉ ୧,୩୪,୫୮୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୭୭,୯୦,୦୭୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୧,୨୧,୬୭୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୪,୬୦,୮୫,୬୪୯ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ଲୌହ ମାନବ ଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ…..
ନିର୍ବାଚନୀ ଇସ୍ତାହାର ଘୋଷଣା କଲା ଏନଡିଏ…..
ଫେବୃଆରୀ ୧୭ରୁ ସିବିଏସ୍ଇ ପରୀକ୍ଷା…..