ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଦ୍ରୁତ ଗତିରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୮୪ ହଜାର ୩୩୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ସଂକ୍ରମିତଙ୍କ ସଂଖ୍ୟା ୨,୯୩,୫୯,୧୫୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୪,୦୦୨ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୬୭,୦୮୧ରେ ପହଞ୍ଚିଛି। ଦିନକରେ ଆଉ ୧,୨୧,୩୧୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୭୯,୧୧,୩୮୪ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୦,୮୦,୬୯୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ଆଇଆରଜିସିକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା ବ୍ରିଟେନ…..
ଓମାରଙ୍କୁ ବିଜେପିର ଆଇନଗତ ନୋଟିସ…..
ଜେଲରେ ରହିଲେ PM-CMଙ୍କ ବିରୋଧରେ କ’ଣ ହେବ ଆକ୍ସନ? ସଂସଦୀୟ କମିଟିର ପରାମର୍ଶ…..