ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ୟୁଜି ଓ ପିଜି ପରୀକ୍ଷା ଅନୁଷ୍ଠିତ ହେବ | କିନ୍ତୁ କେବେ ହେବ ସେ ନେଇ ସମୟ ନିର୍ଧାରିତ ହୋଇନାହିଁ |ଆସନ୍ତା ୧୮ ତାରିଖରେ ଏନେଇ ଚୂଡାନ୍ତ ନିଷ୍ପତ୍ତି ନିଆଯିବ। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତିକି ପରୀକ୍ଷା ହେଲେ ଭଲ । ପିଲାମାନେ ପାଠପଢା ଜାରି ରଖନ୍ତୁ । ଆହୁରି କହିଛନ୍ତି ଯେ, ପରୀକ୍ଷା ହେବା ନେଇ ଏକ ପ୍ରକାର ଚୂଡାନ୍ତ ହୋଇଛି । ୧୮ ତାରିଖରେ ପୁଣି କୁଳପତିମାନଙ୍କ ସହ ବୈଠକ ବସିବ । ଆହୁରି ମଧ୍ୟ ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, ଏହି ୭ ଦିନ ମଧ୍ୟରେ ବିଭିନ୍ନ କୂଳପତିମାନେ ବିଭିନ୍ନ କଲେଜର ପ୍ରିନ୍ସିପାଲ ଓ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ ।ଏହାପରେ ଏକ ରିପୋର୍ଟ ପ୍ରସ୍ତୁତ କରାଯାଇ ଚୁଡାନ୍ତ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ, ୟୁଜି ଓ ସ୍ନାତକୋତ୍ତର (ପିଜି)ର ନାମଲେଖା, ପାଠପଢା ଓ ପରୀକ୍ଷା ନେଇ ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ରାଜ୍ୟର ସମସ୍ତ ବଶ୍ୱବିଦ୍ୟାଳୟ କୁଳପତିମାନଙ୍କ ବୈଠକ ହେବ । ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏହି ବୈଠକରେ ଅଧ୍ୟକ୍ଷତା କରିବେ । ଲକ୍ ଡାଉନ ବେଳେ ପାଠପଢ଼ା ସହିତ ୟୁଜି/ପିଜି ପରୀକ୍ଷା ନେଇ କୁଳପତିମାନଙ୍କ ମତାମତ ନିଆଯିବ ବୋଲି କହିଛନ୍ତି ।
More Stories
ଆଦାନୀ ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିବା ଅଭିଯୋଗ….
ବଢ଼ିଲା ୩ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳ…..
ଭଙ୍ଗାଯିବ ବିବାଦୀୟ ବୈକୁଣ୍ଠଧାମ ଆଶ୍ରମ…..