ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଛି। ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ବି କିଛି କିଛି ଜିଲ୍ଲାରେ ବର୍ଷା ହେବ। ଗତକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପରେ ରହିଥିବା ଲଘୁଚାପ ବଳୟ ଆଜି ଉତ୍ତର ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ୧୭ ତାରିଖ ଦିନ ମଧ୍ୟ ରାଜ୍ୟରେ ବର୍ଷାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହି ସବୁ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼,ବଲାଙ୍ଗିର, ସୁବର୍ଣ୍ଣପୁର, ଅନୁଗୁଳ ଏବଂ ଦେବଗଡ଼। ଏହି ସବୁ ଜିଲ୍ଲା ଗୁଡିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ମଧ୍ୟ ରହିଛି। ମୁଖ୍ୟତଃ ଉତ୍ତର ଓଡ଼ିଶା ଆଭ୍ୟନ୍ତରୀଣ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।






More Stories
ବିଜୁ ବାବୁଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବ ଆମ ସରକାର…..
ଓଏଏସ୍ ଅଧିକାରୀସ୍ତରରେ ଅଦଳବଦଳ……
ସରଣ୍ଡାରେ ଏନ୍କାଉଣ୍ଟର:୫ ଯବାନ ଆହତ…..