ପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟକୁ ଛୁଇଁବା ପରେ ବର୍ଷା ଜାରି ରହିଛି । ଆଜି ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି | ଏହି ଜିଲ୍ଲା ଗୋଡ଼ିକ ହେଲା ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼କୁ । ଏସବୁ ଜିଲ୍ଲାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଆଜି ଭୁବନେଶ୍ୱର ସମେତ ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ଅନୁଗୋଳ ଜିଲ୍ଲାର କିଛି ସ୍ଥାନରେ ଝିପିଝିପି ବର୍ଷା ହୋଇଛି । ଆସନ୍ତାକାଲି ପାଇଁ ୬ ଜିଲ୍ଲା ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଦେବଗଡ଼ ଓ ସୁନ୍ଦରଗଡ଼କୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ଏଥିସହ ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ବି ରହିଛି । ଆସନ୍ତା ୨୦ ତାରିଖ ଯାଏ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୨୧ ତାରିଖ ପରେ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି ।
More Stories
୨୮ରେ ଓଡିଶା ଆସିବେ ଶାହ….
ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର….
‘ମୋ ସ୍କୁଲ ଅଭିଯାନ’ର ନାଁ ବଦଳିଲା,ଅଧ୍ୟକ୍ଷ ରହିବେ ମୁଖ୍ୟ ସଚିବ…..