ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦେଶରେ ଆଜି ବି ୭୦ ହଜାର ତଳେ ରହିଛି କରୋନା ସଂକ୍ରମଣ | ଗତ ୨୪ ଘଣ୍ଟା ମଧ୍ୟରେ ଦେଶର ୬୭ ହଜାର ୨୦୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨,୯୭,୦୦,୩୧୩କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଉ ୨,୩୩୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୩,୮୧,୯୦୩ରେ ପହଞ୍ଚିଛି। ୨୪ ଘଣ୍ଟାରେ ଆଉ ୧,୦୩,୫୭୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୮୪,୯୧,୬୭୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୮,୨୬,୭୪୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୨୬,୫୫,୧୯,୨୫୧ ଟିକା ନେଇ ସାରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
ଅକ୍ଟୋବର ୨ ରୁ ଗଣତନ୍ତ୍ର ବଞ୍ଚାଅ ଅଭିଯାନ….
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..