ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟା ହ୍ରାସ ପାଉଛି | ଗତ ୨୪ ଘଣ୍ଟା ମଧ୍ୟରେ ୩,୮୦୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୭ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨୧୭୨ କ୍ୱାରେଣ୍ଟିନରେ ଥିବାବେଳେ ଲୋକାଲ କଣ୍ଟାକ୍ଟସ୍ ୧,୬୩୪ ଅଛନ୍ତି । ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩,୫୦୮କୁ ଛୁଇଁଛି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ତାଲିକାରେ ଖୋର୍ଦ୍ଧାରେ ସର୍ବାଧିକ ୬୧୭ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୧୭୫, ବାଲେଶ୍ୱର ୨୨୦, ବରଗଡ଼ରୁ ୫୮, ଭଦ୍ରକରୁ ୧୫୮, ବଲାଙ୍ଗିରରୁ ୨୮, ବୌଦ୍ଧରୁ ୩୫, କଟକରୁ ୩୯୩, ଦେବଗଡ଼ରୁ ୩୦, ଢେଙ୍କାନାଳରୁ ୪୩, ଗଜପତିରୁ ୪୫, ଗଂଜାମରୁ ୩୬, ଜଗତସିଂହପୁରରୁ ୧୩୦, ଯାଜପୁରରୁ ୩୪୬, ଝାରସୁଗୁଡ଼ାରୁ ୧୯, କଳାହାଣ୍ଡିରୁ ୪୩, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୧୪୫, କେନ୍ଦୁଝରରୁ ୮୧, କୋରାପୁଟରୁ ୭୭, ମାଲକାନଗିରିରୁ ୭୫, ମୟୂରଭଂଜରୁ ୧୫୯, ନବରଙ୍ଗପୁରରୁ ୮୮, ନୟାଗଡ଼ରୁ ୧୩୪, ନୂଆପଡ଼ାରୁ ୩୧, ପୁରୀରୁ ୨୦୦, ରାୟଗଡ଼ାରୁ ୧୧୧, ସମ୍ବଲପୁରରୁ ୪୫, ସୁବର୍ଣ୍ଣପୁରରୁ୩୬, ସୁନ୍ଦରଗଡ଼ରୁ ୧୧୯ ଓ ଷ୍ଟେଟପୁଲରୁ ୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କୁ ମିଶାଇବା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୦ ହଜାର ୪୯୮ ବୃଦ୍ଧି ହୋଇଛି ।
More Stories
୨୮ରେ ଓଡିଶା ଆସିବେ ଶାହ….
ଭିଜିଲାନ୍ସ ଜାଲରେ ଜେନେରାଲ ମ୍ୟାନେଜର….
‘ମୋ ସ୍କୁଲ ଅଭିଯାନ’ର ନାଁ ବଦଳିଲା,ଅଧ୍ୟକ୍ଷ ରହିବେ ମୁଖ୍ୟ ସଚିବ…..