ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଉତ୍ତର ଆଭ୍ୟନ୍ତରୀଣ କେତେକ ଅଞ୍ଚଳ ଏବଂ ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାଗୁଡିକର ଅଳ୍ପ କିଛି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, ଝାରସୁଗୁଡା, ବରଗଡ, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ ବୌଦ୍ଧ ପ୍ରଭୃତି ୧୦ଟି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ, ଏଣୁ ଉପରୋକ୍ତ ଜିଲାଗୁଡିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ଗୁରୁବାର ବାଲେଶ୍ୱର, ଚାନ୍ଦବାଲି, ପାରାଦ୍ୱୀପ, ଭୁବନେଶ୍ୱର, ପୁରୀ, ବାରିପଦା, ଝାରସୁଗୁଡା, ସମ୍ବଲପୁର, ହୀରାକୁଦ ଏବଂ ମାଲକାନଗିରି ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇଛି। ମୌସୁମି ବାୟୁ ପ୍ରଭାବ ଯୋଗୁଁ ସମୁଦ୍ର ମଧ୍ୟରେ ପବନ ବହୁଛି। ମତ୍ସ୍ୟଜୀବୀମାନେ ଉତ୍ତର ବଙ୍ଗୋପସାଗର ଓ ଏହାର ଆଖାପାଖ ଗଭୀର ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।






More Stories
ନୂଆ DGP ଚୟନ ପ୍ରକ୍ରିୟା ମାମଲାର ଆଜି ଶୁଣାଣି……
ବ୍ୟବସାୟୀଙ୍କୁ ଅପହରଣ ଘଟଣା:୫୦ ଲକ୍ଷ ପାଇଁ ହୋଇଥିଲା ଷଡ଼ଯନ୍ତ୍ର……
ବନ୍ୟାଞ୍ଚଳରେ ଗ୍ରାଉଣ୍ଡ ଜିରୋରେ ମୁଖ୍ୟମନ୍ତ୍ରୀ…..