ରିପୋର୍ଟ କାର୍ଡ / ଭୁବନେଶ୍ଵର
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସପାଉଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୫୭୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ କଟକ ଓ ବରଗଡ ଜିଲ୍ଲାରୁ ୫ ଜଣ, କୋରାପୁଟ, ମୟୂରଭଞ୍ଜ, ରାୟଗଡାରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଝାରସୁଗୁଡା, ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର, ପୁରୀ, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି, ନୟାଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..