ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଅନେକ ଜିଲ୍ଲାରେ ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା | ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ୧୨ ଜିଲ୍ଲା ହେଲା- ନୂଆପଡ଼ା, ସମ୍ବଲପୁର, ବଲାଙ୍ଗିର, ସୋନପୁର, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି ଓ ଗଞ୍ଜାମ। ତେବେ ଗତ ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଜୁନ୍ ୨୨ ରୁ ଜୁନ୍ ୨୫ ଯାଏଁ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି।






More Stories
ପବନ ସହ ପ୍ରବଳ ବର୍ଷା…..
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନ ଖାରଜ….
୩ ଦିନ ପ୍ରବଳ ବର୍ଷା ଆଶଙ୍କା…..