ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଆଜି ୩୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁରରୁ ୩ଜଣ ରହିଛନ୍ତି । ସେହିପରି ଜଗତସିଂହପୁର , ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କୋରାପୁଟ, କେନ୍ଦୁଝର, ଗଞ୍ଜାମ, ଢେଙ୍କାନାଳ, ଦେଓଗଡ଼, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
କାଲି ପୁଣି ସିଜେପି ସହ ବୈଠକ,‘୩ ଦାବି,୫ ପ୍ରସ୍ତାବ ମିଳିଛି’,……
ରଥ ଟଣା ଆରମ୍ଭ……
ପ୍ରଶାସନିକ କ୍ଷେତ୍ରରେ ଅଦଳବଦଳ: ଉଚ୍ଚଶିକ୍ଷା ସଚିବ ନରେଶ ପାଲ ଗଙ୍ଗୱାର…..