Report Card Odisha

| Daily Odia News

୭ ଜିଲ୍ଲାରେ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଆଉ ୭ଟି ଜିଲ୍ଲାରେ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଭର୍ଚୁଆଲ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଅନ୍ୟ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ କରିଛନ୍ତି | ଏହି କ୍ରମରେ ରାଜ୍ୟର ସବୁ ୩୦ଟି ଜିଲ୍ଲାରେ ଅକ୍ସିଜେନ ପ୍ଲାଣ୍ଟ ପାଇଁ କାମ ଆରମ୍ଭ ହୋଇଛି। ମହାମାରୀ ସମୟରେ ଲୋକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ପ୍ରାଧାନ୍ୟ ଦେଇ ଆଗାମୀ ୨ ମାସ ମଧ୍ୟରେ ଏହିସବୁ ପ୍ଲାଣ୍ଟରୁ ସେବା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅନୁଗୁଳ, ବୌଦ୍ଧ, ଦେବଗଡ, ଢେଙ୍କାନାଳ, ଗଜପତି, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାରେ ମେଡିକାଲ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କରାଯାଇଛି। ଏଠାରେ ପ୍ରତ୍ୟେକ ସଂରକ୍ଷଣ ବ୍ୟବସ୍ଥାରେ ୬ କିଲୋମିଟର ତରଳ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ କରାଯାଇପାରିବ। ଏହାସହ ଅନ୍ୟାନ୍ୟ ଜିଲ୍ଲାରେ ବିଭିନ୍ନ ହସ୍ପିଟାଲ୍‌ରେ ଅକ୍ସିଜେନ ପାଇପ ସଂଯୁକ୍ତ କୋଭିଡ ଓ୍ୱାର୍ଡ ସହ ଟିକା ଭଣ୍ଡାର ଗୃହର ଉଦ୍‌ଘାଟନ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ, ଜଣେ ବି କରୋନା ରୋଗୀ ଯେପରି ସ୍ୱାସ୍ଥ୍ୟସେବାରୁ ବଞ୍ଚିତ ନ ହୁଅନ୍ତି, ସେ ଦିଗରେ ରାଜ୍ୟ ସରକାର କାର୍ଯ୍ୟ କରୁଛନ୍ତି।’ ଏହାସହ ମୁଖ୍ୟମନ୍ତ୍ରୀ ସମସ୍ତ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରୁ ଆମେ ଯେଉଁ ଅଭିଜ୍ଞତା ପାଇଛୁ, ତୃତୀୟ ଲହରର ମୁକାବିଲାରେ ତାହା ଆମ ପାଇଁ ନିଶ୍ଚୟ ସହାୟକ ହେବ।

Breaking News