ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟାରେ ମଧ୍ୟରେ ୩୦୮୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି | ଏହି ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୧୭୭୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ସ ୧୩୧୨ ରହିଛି। ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯,୧୨,୮୮୭ରେ ପହଞ୍ଚି ଥିବାବେଳେ ୮,୭୭,୫୪୦ ଜଣ ସୁସ୍ଥ ହୋଇଛନ୍ତି। ତେବେ ଆକ୍ଟିଭ୍ କେସ୍-୩୧,୨୩୧ରହିଛି। ଆଜି ଚିହ୍ନଟ ହୋଇଥିବା ୩୦୮୭ କରୋନା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୫୮୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୬୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ଅନ୍ୟ ଜିଲ୍ଲା ଗୁଡିକରେ -ଅନୁଗୁଳରୁ ୭୮, ବାଲେଶ୍ୱରରୁ ୨୪୬, ବରଗଡ଼ରୁ ୩୬, ଭଦ୍ରକରୁ ୧୪୫, ବଲାଙ୍ଗିରରୁ ୨୧, ବୌଦ୍ଧରୁ ୩୫, କଟକରୁ ୪୬୨, ଦେବଗଡ଼ରୁ ୩, ଢେଙ୍କାନାଳରୁ ୯୫, ଗଜପତିରୁ ୧୬, ଗଞ୍ଜାମରୁ ୨୨, ଜଗତସିଂହପୁରରୁ ୬୦, ଯାଜପୁରରୁ ୨୦୫, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୧୭, କନ୍ଧମାଳରୁ ୨୮ କେନ୍ଦ୍ରାପଡ଼ାରୁ ୭୦, କେନ୍ଦୁଝରରୁ ୭୨, ଖୋର୍ଦ୍ଧାରୁ ୫୮୪, କୋରାପୁଟରୁ ୭୭, ମାଲକାନଗିରିରୁ ୮୪, ମୟୂରଭଞ୍ଜରୁ ୧୫୪, ନବରଙ୍ଗପୁରରୁ ୩୫, ନୟାଗଡ଼ରୁ ୧୧୦, ନୂଆପଡ଼ାରୁ ୬, ପୁରୀରୁ ୧୮୯, ରାୟଗଡ଼ାରୁ ୨୧, ସମ୍ବଲପୁରରୁ ୩୧, ସୋନପୁରରୁ ୨୪, ସୁନ୍ଦରଗଡ଼ରୁ ୫୯ ଓ ଷ୍ଟେଟ୍ ପୁଲ୍ରୁ ୯୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
More Stories
ରେଳ ୱାଗନରୁ ୧୨ଟି ବୋମା ଜବତ…..
ଏଫ୍ଆଇଏଚ୍ ପ୍ରୋ ଲିଗ୍ ମ୍ୟାଚ୍ ମାଗଣା ଦେଖି ପାରିବେ ଦର୍ଶକ…..
୧୨ ବର୍ଷୀୟ ନାବାଳିକା ଉପରେ ଚଢ଼ିଗଲା ମୋ ବସ……