ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୯ଜଣ, ନୟାଗଡ ଓ ପୁରୀରୁ ୫ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ବରଗଡ ଓ ସୁନ୍ଦରଗଡରୁ ୩ ଲେଖାଏଁ, ଅନୁଗୋଳ, କଟକ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ନବରଙ୍ଗପୁରରୁ ଜଣେ ଲେଖାଏଁ ରହିଛନ୍ତି ।






More Stories
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ…..
ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ପ୍ରବଳ ବର୍ଷା ସମ୍ଭାବନା…..
ପାଠ୍ୟପୁସ୍ତକ ବିଭ୍ରାଟ ମାମଲା:ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀ ଅଟକ