ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡତୋଫାନ, ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ତୋଫାନ, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେଓଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ ଓ କଟକ।






More Stories
ବଡ଼ ସୂଚନା ଦେଲେ ନିର୍ବାଚନ ଅଧିକାରୀ…..
ବଢିବ ବାଲି, ଗୋଡ଼ି, ଇଟା ମୂଲ୍ୟ…..
ଭାରତ ହେବ ସମ୍ପୂର୍ଣ୍ଣ ନକ୍ସଲ ମୁକ୍ତ…..