ରିପୋର୍ଟ କାର୍ଡ / ଭୁବନେଶ୍ୱର
ଚଳିତ ବର୍ଷ ବିନା ମାଟ୍ରିକ ପରୀକ୍ଷା ମାର୍କିଂରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଅଫ୍ଲାଇନ୍ରେ ପରୀକ୍ଷା ହେବ। ଏଥିପାଇଁ ଜୁଲାଇ ୫ ତାରିଖରୁ ଫର୍ମ ଫିଲପ୍ ପ୍ରକ୍ରିୟା ଆରମ୍ଭ ହୋଇ ଜୁଲାଇ ୧୪ ପର୍ଯ୍ୟନ୍ତ ଚାଲିବ। ଜୁଲାଇ ୩୦ରୁ ଅଗଷ୍ଟ ୫ ଯାଏ ପରୀକ୍ଷା | ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଶୁକ୍ରବାର ସୂଚନା ଦେଇଛନ୍ତି। ଛାତ୍ରଛାତ୍ରୀ କୋଭିଡ୍ ଗାଇଡ୍ଲାଇନ୍ ପାଳନ କରି ପରୀକ୍ଷା କରାଯିବ। ମନ୍ତ୍ରୀ ସମୀର ଦାଶ କହିଛନ୍ତି, ୩୦% ସିଲାବସ୍ ହ୍ରାସ ହୋଇଥିବାରୁ ୭୦% ସିଲାବସ୍ ମଧ୍ୟରେ ପରୀକ୍ଷା ହେବ। ଆଉ ପରୀକ୍ଷାର ୧୫ ଦିନ ମଧ୍ୟରେ ରେଜଲ୍ଟ ପ୍ରକାଶ ପାଇଁ ଚେଷ୍ଟା କରାଯିବ। ତେଣୁ ପରୀକ୍ଷା ଫଳାଫଳକୁ ନେଇ ଯେଉଁମାନଙ୍କର ଶଙ୍କା ରହିଛି, ସେମାନେ ଫର୍ମ ଫିଲପ୍ କରନ୍ତୁ।






More Stories
ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍…..
ବଜେଟ ଫୋକସ୍ରେ ମଧ୍ୟବିତ୍ତ…..
ମୟୂରଭଞ୍ଜ ଗସ୍ତର ରାଷ୍ଟ୍ରପତିଙ୍କ ଅନ୍ତିମଦିନ…..