Report Card Odisha

| Daily Odia News

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦର…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଆଜି ପୁଣି ପେଟ୍ରୋଲ ଓ ଡିଜେଲ୍ ଦର ବଢିଛି । ପେଟ୍ରୋଲ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଥିବା ବେଳେ ଡିଜେଲ୍ ଲିଟର ପିଛା ୯ ପଇସା ବଢିଛି । ଭୁବନେଶ୍ୱରରେ ପେଟ୍ରୋଲ ଲିଟର ପିଛା ୧୦୧ ଟଙ୍କା ୩୭ ପଇସା ଥିବା ବେଳେ ଡିଜେଲ୍ ଲିଟର ପିଛା ୯୭ ଟଙ୍କା ୬୭ ପଇସା ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୦ ଟଙ୍କା ୫୬ ପଇସା ରହିଥିବା ବେଳେ ଡିଜେଲ ଦର ୮୯ ଟଙ୍କା ୬୨ ପଇସା ରହିଛି । କୋଲକାତାରେ ପେଟ୍ରୋଲ୍ ଲିଟର ପିଛା ଦର ରହିଛି ୧୦୦ ଟଙ୍କା ୬୨ ପଇସା । ଚେନ୍ନାଇ ଓ ମୁମ୍ବାଇରେ ପୂର୍ବରୁ ପେଟ୍ରୋଲ୍ ଦର ସେଞ୍ଚୁରୀ ମାରି ସାରିଛି । ମୁମ୍ବାଇରେ ମେ ୨୯କୁ ପେଟ୍ରୋଲ ଲିଟର ପିଛା ଶହେ ଟଙ୍କା ପାର୍ କରିଥିବା ବେଳେ ଏବେ ଲିଟର ପିଛା ୧୦୬ ଟଙ୍କା ୫୯ ପଇସାରେ ବିକ୍ରି ହେଉଛି । ଦେଶର ସମସ୍ତ ବଡ଼ ସହରରେ ପେଟ୍ରୋଲ୍ ଦର ଶହେ ପାର୍ କରିଛି ।

Breaking News